MANAS KUMAR KAR

Classics Fantasy Inspirational

4  

MANAS KUMAR KAR

Classics Fantasy Inspirational

ଗୁରୁ ପୂର୍ଣ୍ଣିମା

ଗୁରୁ ପୂର୍ଣ୍ଣିମା

3 mins
239



“ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର।

ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ”।।


     ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଗୁରୁ ପୂର୍ଣ୍ଣିମା ପଡ଼ିଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା ପ୍ରଭୃତିର ପ୍ରଣେତା ମହର୍ଷି ବ୍ୟାସଦେବଙ୍କ ଜନ୍ମତିଥି । ସେ ମଧ୍ୟ ବେଦାନ୍ତ ଦର୍ଶନ ଏବଂ ଅଦ୍ୱୈତବାଦର ସଂସ୍ଥାପକ । ବେଦ ମାନଙ୍କର ସଂଗ୍ରହ ଓ ବିଭାଗ କରିଥିବାରୁ ପୁରାଣାନୁଯାୟୀ ଭିନ୍ନ ଭିନ୍ନ କଳ୍ପରେ ପ୍ରତ୍ୟେକ ଯୁଗରେ ଜନ୍ମ ଗ୍ରହଣ କରି ବେଦ ମାନଙ୍କ ସଂଗ୍ରହ ଓ ବିଭାଗକାରୀ ୨୮ ଜଣ ଋଷି ବେଦବ୍ୟାସ ଭାବେ ପରିଚିତ ।


   ଏମାନେ ବ୍ରହ୍ମା ବା ବିଷ୍ଣୁଙ୍କର ଅବତାର ବୋଲି କଥିତ । ପ୍ରଥମ ଦ୍ୱାପର ଯୁଗରେ ସ୍ୱୟଂ ବ୍ରହ୍ମା ବେଦବ୍ୟାସ ରୂପେ, ଦ୍ୱିତୀୟ ଦ୍ୱାପରରେ ପ୍ରଜାପତି ବା ମନୁ, ତୃତୀୟ ଦ୍ୱାପରରେ ଶୁକ୍ରାଚାର୍ଯ୍ୟ, ଚତୁର୍ଥ ଦ୍ୱାପରରେ ବୃହଷ୍ପତି ବେଦଭାଷ୍ୟ ରୂପେ ପରିଚିତ ହୁଅନ୍ତି । ସ୍ୱୟଂଭୁବ, ଉଶନା, ସବିତା, ମୃତ୍ୟୁ ବା ଯମ, ଇନ୍ଦ୍ର, ବସିଷ୍ଠ, ସାରସ୍ୱତ, ତ୍ରିଧାମ, ଋଷଭ ବା ତ୍ରିବୃଷ, ସୁତେଜା ବା ଭାରଦ୍ୱାଜ, ଅନ୍ତରିକ୍ଷ ବା ଧର୍ମ, ବ୍ପୁବନ୍‌ ବା ସୁଚକ୍ଷୁ, ତ୍ରଯ୍ୟାରୁଣି, ଧନଞ୍ଜୟ, କୃତଞ୍ଜୟ, ଋତଞ୍ଜୟ, ଭରଦ୍ୱାଜ, ଗୌତମ, ଉତ୍ତମ ବା ହର୍ଯ୍ୟତ୍ମା, ବାଚଶ୍ରବା ବା ନାରାୟଣ ବା ବେଣ, ସୋମମୁଖ୍ୟାୟନ ବା ତୃଣବିନ୍ଦୁ, ଋକ୍ଷ ବା ବାଲ୍ମୀକି, ଶକ୍ତି, ପରାଶର, ଜାତୁକର୍ଣ୍ଣ ଓ କୃଷ୍ଣ ଦ୍ୱୈପାୟନ ବେଦବ୍ୟାସ ଭୂମିକାରେ ଅବତିର୍ଣ୍ଣ ହୋଇଥାଆନ୍ତି ।


     ମହର୍ଷି ବ୍ୟାସଦେବ ହସ୍ତିନାପୁରର ମହାରାଣୀ ସତ୍ୟବତୀ (ମତ୍ସ୍ୟଗନ୍ଧା) ଏବଂ ଋଷି ପରାଶଙ୍କର ପୁତ୍ର। ଗଙ୍ଗାନଦୀ ଗର୍ଭସ୍ଥ କୃଷ୍ଣ ଦ୍ୱୀପରେ ସେ ଜନ୍ମଗ୍ରହଣ କରିଥିଲେ। ବେଦ ପରି ବୃହତ୍ ଗ୍ରନ୍ଥକୁ ସେ ଋକବେଦ, ଯଜୁର୍ବେଦ, ସାମବେଦ ଓ ଅଥର୍ବ ବେଦ ଏହିପରି ଚାରୋଟି ଭାଗ (ବ୍ୟାସ) କରିଥିବାରୁ ତାଙ୍କୁ ବେଦବ୍ୟାସ ରୂପେ ନାମିତ କରାଯାଇଛି। ତାଙ୍କର ନିର୍ଦ୍ଦେଶ କ୍ରମେ ଏବଂ ବାର୍ତ୍ତା ଅବଗତକୁ ନେଇ ସେ ମହାଭାରତ ରଚନା କରିଥିଲେ । ଜନ୍ମ ପରେ ସେ ତପସ୍ୟା ନିମନ୍ତେ ଦ୍ୱୈପାୟନ ଦୀପକୁ ଯାଇଥିଲେ । ଜନ୍ମରୁ କୃଷ୍ଣ ବା ରଙ୍ଗରେ କଳା ଥିବାରୁ ତାଙ୍କର ଏକ ଅନ୍ୟ ନାମ ମଧ୍ୟ ଥିଲା, କୃଷ୍ଣ ଦ୍ୱୈପାୟନ । ବେଦବ୍ୟାସ ଅରୁଣିଙ୍କ ପତି ତଥା ଶୁକଦେବଙ୍କ ପିତା ଥିଲେ । ସେ ମଧ୍ୟ କୌରବ ଓ ପାଣ୍ଡବମାନଙ୍କର ପିତାମହ ଥିଲେ। ବ୍ୟାସଦେବଙ୍କ ମାତା ସତ୍ୟବତୀଙ୍କ ସଙ୍ଗେ ଶାନ୍ତନୁଙ୍କର ବିବାହ ହୋଇଥିଲା । ଶାନ୍ତନୁ ଓ ସତ୍ୟବତୀଙ୍କ ପୁତ୍ର ଚିତ୍ରାଙ୍ଗଦ ଏବଂ ବିଚିତ୍ରବିର୍ଯ୍ୟ ନିଃସନ୍ତାନ ମୃତ ହେବାରୁ ମାତା ସତ୍ୟବତୀଙ୍କ ଆଦେଶ ଅନୁସାରେ ସେ ଚିତ୍ରାଙ୍ଗଦ ଏବଂ ବିଚିତ୍ରବିର୍ଯ୍ୟଙ୍କ ଦୁଇ ବିଧବା ପତ୍ନୀ ଅମ୍ବିକା ଓ ଅମ୍ବାଳିକାଙ୍କ ସଙ୍ଗେ ନିୟୋଗ ବିଧି ଅନୁଯାୟୀ ସହବାସ କରିଥିଲେ । ସେମାନଙ୍କ ଗର୍ଭରୁ ଧୃତରାଷ୍ଟ୍ର ଏବଂ ପାଣ୍ଡୁଙ୍କର ଜନ୍ମ ହୋଇଥିଲା । ଏବଂ ବ୍ୟାସଦେବଙ୍କ ଔରସରୁ ଦାସୀ ଗର୍ଭରେ ବିଦୁର ଜନ୍ମଗ୍ରହଣ କରିଥିଲେ । ବେଦବ୍ୟାସ ତ୍ରିକାଳଦର୍ଶୀ ଥିଲେ । ହସ୍ତିନାପୁରର ଭବିଷ୍ୟ ତଥା ବିଭିନ୍ନ ସମସ୍ୟାର ସମାଧାନ ନେଇ ସେ ମାତା ସତ୍ୟବତୀଙ୍କୁ ସମୟକାଳୀନ ପରାମର୍ଶ ଦେଉଥିଲେ ଅଥବା ତାଙ୍କ ସହିତ ବିଚାର ବିମର୍ଷ କରୁଥିଲେ । ଗୁରୁ ପରମ୍ପରାରେ ଗୁରୁମାନେ ତାଙ୍କ ଶିଷ୍ୟମାନଙ୍କୁ ଅନ୍ଧକାରରୁ ଜ୍ଞାନର ଆଲୋକ ପ୍ରଦର୍ଶନ କରନ୍ତି। ଏଣୁ ଶାସ୍ତ୍ରରେ କୁହାଯାଇଛି –


“ଗୃଳାରୋଦ୍ଧନ୍ଦରାରସ୍ତୁ ରୁ କାରସ୍ତ ନିବର୍ତ୍ତକଃ।

ଅନ୍ଧକାର ନିବୃତ୍ୟାତୁ ଗୁରୁତିତ୍ୟରି ଧୀୟତେ”।। 


  ‘ଗୁ’ କହିଲେ ଅନ୍ଧାର ଏବଂ ‘ରୁ’ ର ଅର୍ଥ ଅଜ୍ଞାନ। ଅର୍ଥାତ୍ ଗୁରୁ ଅଜ୍ଞାନ ରୂପକ ଅନ୍ଧକାରରୁ ମୁକ୍ତ କରି ଆଲୋକ ପ୍ରଦର୍ଶନ କରନ୍ତି । ଗୁରୁ କଦାପି ଜଣେ ସାଧାରଣ ବ୍ୟକ୍ତି ନୁହଁନ୍ତି । ଗୁରୁ ଅର୍ଥରେ ସେ ମହାମହିମ । ଏଣୁ ଯଥାର୍ଥରେ ଗୁରୁଙ୍କୁ ବ୍ରହ୍ମା, ବିଷ୍ଣୁ ଏବଂ ମହେଶ୍ୱରଙ୍କ ସହିତ ତୁଳନା କରାଯାଇଛି ।


ବ୍ୟାସଦେବଙ୍କ ନିମନ୍ତେ ଏହି କଥାକୁ ଭିନ୍ନ ଭାଷାରେ କୁହାଯାଇଛି –


“ବ୍ୟାସାୟ ବିଷ୍ଣୁ ରୂପାୟ, ବ୍ୟାସ ରୂପାୟ ବିଷ୍ଣବେ।

ନମୋ ବୈ ବ୍ରହ୍ମ ବିଧୟେ ବଶିଷ୍ଠାୟ ନମୋନମଃ।

ଅଚ୍ୟୁତର୍ବଦ ବ୍ରହ୍ମା ଦ୍ୱିର୍ବାହାରୁ ପରେ ହରିଃ।

ଆଭାଲ ଲୋଚଚନଃ ଶମ୍ଭୁ ଭଗବାନ ବାଦରାୟାଣଃ”।।


  ଏହି କ୍ରମରେ ଜନ୍ମଦାତ୍ରୀ ମାତା ପ୍ରଥମ ଗୁରୁ, ପିତା ଦ୍ୱିତୀୟ ଗୁରୁ ଏବଂ ଶିକ୍ଷାଦାତା ତୃତୀୟ ଗୁରୁ । ଗୁରୁମାନେ ହିଁ ଆମ ଜୀବନର ମାର୍ଗଦର୍ଶକ, ସୁନିୟନ୍ତ୍ରକ। ଗୁରୁମାନଙ୍କ ଠାରୁ ଶିକ୍ଷା, ଦୀକ୍ଷା ତଥା ତାଙ୍କ ଆଦର୍ଶ ସବୁକିଛି ଶିଷ୍ୟ ମାନଙ୍କର ଜୀବନରେ ପ୍ରତିଫଳିତ ହୋଇଥାଏ । ବ୍ୟାସଦେବ ତାଙ୍କ ସୃଷ୍ଟି ମାଧ୍ୟମରେ ଯୁଗଯୁଗ ପାଇଁ ଏ’ ମାନବ ଜାତିକୁ ମହାନ ଶିକ୍ଷା ଦେଇ ଯାଇଛନ୍ତି । କୁହାଯାଏ, ”ଯାହା ନାହିଁ ଭାରତେ, ତାହା ନାହିଁ ଭାରତେ” ଅର୍ଥାତ୍ ବିଶ୍ୱ ବ୍ରହ୍ମାଣ୍ଡରେ ନାହିଁ ବୋଲି ବୁଝାଯାଏ । ଏଥିପାଇଁ ଭାରତରେ ସମସ୍ତ ପୌରାଣିକ କିମ୍ପଦନ୍ତୀ ଅଥବା ପ୍ରାମାଣିକ ତଥ୍ୟମାନ ବର୍ତ୍ତମାନ ସମଗ୍ର ବିଶ୍ୱପାଇଁ ଗବେଷଣାର ସାମଗ୍ରୀ ପାଲଟିଛି । ଆମ ଜୀବନର ପ୍ରତିଟି ବିଭାଗ ପାଇଁ ଏହା ବର୍ତ୍ତମାନ ମହାନ ବିଭବ ରୂପେ ସମୃଦ୍ଧି କରୁଛି । ପ୍ରାଚୀନ କାଳରେ ଗୁରୁ କୂଳରେ ଶିଷ୍ୟମାନଙ୍କୁ ପରୀକ୍ଷା ନିରୀକ୍ଷା କରି ଶିକ୍ଷା ଦେବା ନିମନ୍ତେ ଗ୍ରହଣ କରାଯାଉଥିଲା ଏବଂ ଶିକ୍ଷାରେ ଉପଯୁକ୍ତ ଦକ୍ଷତା ହାସଲ ପରେ ଗୁରୁଦକ୍ଷିଣା ଦାନ ପୂର୍ବକ ଶିଷ୍ୟ ମାନଙ୍କୁ ବିଦାୟ ନେବାକୁ ହେଉଥିଲା । ଏହି ଦକ୍ଷିଣା ଶିଷ୍ୟମାନଙ୍କର ଏକ ସମର୍ପଣର ଭାବ । ପବିତ୍ର ଶ୍ରୀ ଗୁରୁ ପୂର୍ଣ୍ଣିମା ଅବସରରେ ସମସ୍ତ ଗୁରୁଜନ ମାନଙ୍କୁ ଏ ଅଧମ ର ପ୍ରଣାମ।


Rate this content
Log in

Similar oriya story from Classics